ବଲାଙ୍ଗୀରରେ ଏସିଡିସି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ)- ବଲାଙ୍ଗୀର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଆସେମ୍ବ୍ଲି କନଷ୍ଟିଚ୍ୟୁଏନ୍ସି ଡେଭଲପମେଂଟ କମିଟି '' (ଏସିଡିସି) ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ର୍ରୀ ଡ. ମୁକେଶ ମହାଲିଙ୍ଗ ଏହି ବୈଠକରେ ଯୋଗଦେଇ ଲୋଇସିଂହା ନିର୍ବାଚନ ମଣ୍ଡଳୀ
dhm


ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ)- ବଲାଙ୍ଗୀର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଶୁକ୍ରବାର ଆସେମ୍ବ୍ଲି କନଷ୍ଟିଚ୍ୟୁଏନ୍ସି ଡେଭଲପମେଂଟ କମିଟି ' (ଏସିଡିସି) ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ର୍ରୀ ଡ. ମୁକେଶ ମହାଲିଙ୍ଗ ଏହି ବୈଠକରେ ଯୋଗଦେଇ ଲୋଇସିଂହା ନିର୍ବାଚନ ମଣ୍ଡଳୀର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମନ୍ତ୍ରୀ ବିଧାନସଭା କ୍ଷେତ୍ରରେ ଜାରି ରହିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ଏବଂ ଆଗାମୀ ଦିନରେ ହେବାକୁ ଥିବା ବିକାଶମୂଳକ କାର୍ଯ୍ୟଗୁଡିକ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିବା ସହ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ନେତୃତ୍ୱରେ ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା' ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ' ର ଲକ୍ଷ୍ୟ ନେଇ ଆମ ସରକାର ରାଜ୍ୟରେ ବିଭିନ୍ନ ଜନକଲ୍ୟାଣକାରୀ କାର୍ଯ୍ୟ ଜାରୀ ରଖିଛନ୍ତି, ସେହି ଲକ୍ଷ୍ୟକୁ ପୂରଣ କରିବା ନିମନ୍ତେ ଆମକୁ ଲୋଇସିଂହା ବିଧାନସଭା କ୍ଷେତ୍ରର ଯୋଗଦାନକୁ ସୁନିଶ୍ଚିତ କରିବାକୁ ହେବ। ଏଥିପାଇଁ ସମସ୍ତ ବିଭାଗ ପରସ୍ପର ମଧ୍ୟରେ ସୁସମନ୍ୱୟ ରକ୍ଷା କରି ବିକଶିତ ଲୋଇସିଂହା' ଗଠନ ପାଇଁ ଆଗେଇ ଆସିବାକୁ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି।

ଏହି ବୈଠକରେ ବଲାଙ୍ଗିର ଜିଲ୍ଲାପାଳ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଉପ ଜିଲ୍ଲାପାଳ, ମୁଖ୍ୟ ଉନ୍ନୟନ ଅଧିକାରୀ-ତଥା-ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦଙ୍କ ସମେତ ଅନ୍ୟାନ୍ୟ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande