ଆଗାମୀ ୨ ଦିନ ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(କୋରା
ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(କୋରାପୁଟ, ନବରଙ୍ଗପୁର, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ବଲାଙ୍ଗିର, କଳାହାଣ୍ଡି, ନୂଆପଡା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ଅନୁରୂପ ଭାବେ ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(ନୂଆପଡା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande