
ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଉତର-ପଶ୍ଚିମ ତଥା ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହା ସଂଲଗ୍ନ ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଥିବା ଲଘୁଚାପ କ୍ଷେତ୍ର ଶୁକ୍ରବାର ସକାଳ ୮ଟା ୩୦ ସମୟରେ ସେହି ଅଂଚଳରେ ରହିଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି ଏବଂ ଉଚ୍ଚତା ସହିତ ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି । ଆଗାମୀ ୨୪ ଘଂଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବା ସହ ପଶ୍ଚିମ-ଉତର-ପଶ୍ଚିମ ଦିଗକୁ ଗତି କରି ଉତର ଉପକୂଳବର୍ତୀ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଅତିକ୍ରମ କରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ