ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୬ ସ୍ଥାନରେ ଅତି ଭୀଷଣ ବର୍ଷା, ୨୩ ସ୍ଥାନରେ ଭୀଷଣ ବର୍ଷା : କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ସର୍ବାଧିକ ୧୫୯.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୬ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୨୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ସର୍ବାଧିକ ୧୫୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁରର
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୬ ସ୍ଥାନରେ ଅତି ଭୀଷଣ ବର୍ଷା, ୨୩ ସ୍ଥାନରେ ଭୀଷଣ ବର୍ଷା : କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ସର୍ବାଧିକ ୧୫୯.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୬ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୨୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ସର୍ବାଧିକ ୧୫୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁରରେ ୧୪୦.୦ ମି.ମି., ଭବାନୀପାଟଣାରେ ୧୩୯.୮ ମି.ମି., ଜୁନାଗଡ଼ରେ ୧୩୬.୮ ମି.ମି., ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୧୨୬.୬ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୧୧୭.୦ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୧୧୦.୦ ମି.ମି., ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁରରେ ୧୦୯.୪ ମି.ମି., ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ୧୦୨.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୧୦୦.୦ ମି.ମି., କଳାହାଣ୍ଡି ଜିଲ୍ଲାର ନର୍ଲାରେ ୯୮.୦ ମି.ମି., କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ୯୭.୦ ମି.ମି. ଏବଂ କେ. ନୂଆଗାଁରେ ୯୫.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande