ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇ
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୧ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ଆସନ୍ତା ୧୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ୱାର୍ଣ୍ଣିଂ ଜାରି ହୋଇଛି ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡା । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୪ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande