
ଭୁବନେଶ୍ୱର, ୧୨ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୨ ତାରିଖ ସକାଳ ଠାରୁ ଆସନ୍ତା ୧୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ସେହିପରି୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ