ଭୀଷଣ ବର୍ଷା ସମ୍ଭାବନା : ୧୪ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୩ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱ
ଭୀଷଣ ବର୍ଷା ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୩ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି, କୋରାପୁଟ । ଏସବୁ ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲା, ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲା ଏବଂ ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡିକ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande