
ଭୁବନେଶ୍ୱର, ୧୩ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୧୩ ତାରିଖ ସକାଳ ଠାରୁ ଆସନ୍ତା ୧୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡା । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ପର୍ଯ୍ୟନ୍ତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ