
ଭୁବନେଶ୍ୱର, ୧୩ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ସର୍ବାଧିକ ୫୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୫୧.୮ ମି.ମି., ଘସିପୁରାରେ ୫୧.୩ ମି.ମି., ବଲାଙ୍ଗିର ଜିଲ୍ଲାର ଦେଓଗାଁରେ ୫୦.୦ ମି.ମି., ଲୋଇସିଂହାରେ ୪୪.୦ ମି.ମି., କନ୍ଧମାଳ ଜିଲ୍ଲାର ଟିକାବାଲିରେ ୪୩.୦ ମି.ମି., ବାଲିଗୁଡାରେ ୩୯.୦ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୩୭.୦ ମି.ମି., ବଲାଙ୍ଗିର ଜିଲ୍ଲାର ତୁରେଇକେଲାରେ ୩୬.୦ ମି.ମି., ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୩୫.୦ ମି.ମି., ବଲାଙ୍ଗିର ଜିଲ୍ଲାର ସଇଁତଳାରେ ୩୫.୦ ମି.ମି., ନୂଆପଡା ଜିଲ୍ଲାର କୋମନାରେ ୩୪.୦ ମି.ମି. ଏବଂ କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡାରେ ୩୨.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ