
ଭୁବନେଶ୍ୱର, ୧୪ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ଏବଂ ୧୮ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା (ନୂଆପଡା, ନବରଙ୍ଗପୁର, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ