
ଭୁବନେଶ୍ୱର, ୧୪ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ଆସନ୍ତା ୧୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ପରବର୍ତୀ ୨ ଦିନ ଅର୍ଥାତ୍ ୧୬ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ