ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ସର୍ବାଧିକ ୯୯.୪ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୪ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ସର୍ବାଧିକ ୯୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ପୁରୀ ଜିଲ୍ଲାର କାକଟପୁରରେ ୮୫.୦
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ସର୍ବାଧିକ ୯୯.୪ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୪ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୪ ସ୍ଥାନରେ ଭୀଷଣ ବର୍ଷା ହୋଇଥିବା ବେଳେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ସର୍ବାଧିକ ୯୯.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ପୁରୀ ଜିଲ୍ଲାର କାକଟପୁରରେ ୮୫.୦ ମି.ମି., ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୭୦.୦ ମି.ମି., କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆରେ ୬୫.୪ ମି.ମି., ଖୋଦ୍ଧା ଜିଲ୍ଲାର ଖୋର୍ଦ୍ଧା (ପିଟିଓ)ରେ ୬୦.୦ ମି.ମି., ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼ରେ ୪୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୪୪.୦ ମି.ମି., ନୟାଗଡ଼ ଜିଲ୍ଲାର ଗଣିଆରେ ୩୮.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୩୪.୪ ମି.ମି., କଳାହାଣ୍ଡି ଜିଲ୍ଲାର ନର୍ଲାରେ ୩୪.୦ ମି.ମି., ବରଗଡ଼ ଜିଲ୍ଲାର ଅତାବିରାରେ ୩୩.୦ ମି.ମି., ବରଗଡ଼ ଜିଲ୍ଲାର ଗାଈସିଲେଟରେ ୩୧.୦ ମି.ମି. ଏବଂ ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୩୦.୦ ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande