
ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ଏବଂ ୧୮ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା ଏବଂ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ