ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ଆସନ୍ତା ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୫ ତାରିଖ ସକାଳ ଠାରୁ ଆସନ୍ତା ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ୨୦ ଜିଲ୍ଲା, ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୨୦ ଜିଲ୍ଲା, ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୧୭ ଜିଲ୍ଲା ଏବଂ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ରାଜ୍ୟର ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande