ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ପୁରୀ ଜିଲ୍ଲାର ନିମାପଡାରେ ସର୍ବାଧିକ ୬୨.୮ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର ନିମାପଡାରେ ସର୍ବାଧିକ ୬୨.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କନ୍ଧମାଳ ଜିଲ୍ଲାର କେ.ନୂଆଗାଁରେ ୪୭.୦ ମି.ମି., ବାଲିଗୁଡାରେ ୪୫.୦ ମି.ମି.,
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ପୁରୀ ଜିଲ୍ଲାର ନିମାପଡାରେ ସର୍ବାଧିକ ୬୨.୮ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୫ ସେପ୍ଟେମ୍ବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ପୁରୀ ଜିଲ୍ଲାର ନିମାପଡାରେ ସର୍ବାଧିକ ୬୨.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କନ୍ଧମାଳ ଜିଲ୍ଲାର କେ.ନୂଆଗାଁରେ ୪୭.୦ ମି.ମି., ବାଲିଗୁଡାରେ ୪୫.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା(ପିଟିଓ)ରେ ୪୦.୦ ମି.ମି., ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ୨୯.୦ ମି.ମି., ଗଜପତି ଜିଲ୍ଲାର ଆର.ଉଦୟଗିରିରେ ୨୮.୨ ମି.ମି., ପୁରୀ ଜିଲ୍ଲାର ପିପିଲିରେ ୨୫.୦ ମି.ମି., ସତ୍ୟବାଦୀରେ ୨୦.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଜଟଣିରେ ୨୦.୦ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡିରେ ୧୮.୬ ମି.ମି., ପୁରୀ ଜିଲ୍ଲାର ପୁରୀରେ ୧୮.୦ ମି.ମି. ଏବଂ କନ୍ଧମାଳ ଜିଲ୍ଲାର ଫରିଙ୍ଗିଆରେ ୧୬.୪ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande