ଭଦ୍ରକ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର, 15 ସେପ୍ଟେମ୍ବର (ହି.ସ.)- ଆଜି ଭଦ୍ରକ ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ ଦଳ
ଭଦ୍ରକ ଜିଲ୍ଲା     କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ


ଭୁବନେଶ୍ୱର, 15 ସେପ୍ଟେମ୍ବର (ହି.ସ.)- ଆଜି ଭଦ୍ରକ

ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଜିଲ୍ଲା

କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ

ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ ଦଳୀୟ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତାମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ

ଆଲୋଚନା କରିଥିଲେ।

ସଂଗଠନକୁ ତୃଣମୂଳ ସ୍ତରରୁ

ଅଧିକ ସୁଦୃଢ଼ କରିବା, ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ପ୍ରତ୍ୟେକ ନାଗରିକଙ୍କ

ପାଖରେ ପହଞ୍ଚାଇବା ଏବଂ ଭଦ୍ରକ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ସମ୍ପର୍କରେ ଏହି ବୈଠକରେ ବିସ୍ତୃତ

ଆଲୋଚନା କରାଯାଇଛି । ବୈଠକରେ ସାଂସଦ ଶ୍ରୀ ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ଶ୍ରୀ

ସୀତାଂଶୁ ଶେଖର ମହାପାତ୍ର ଏବଂ ଜିଲ୍ଲା ସଭାପତି ଶ୍ରୀ ଭଗବାନ ପଣ୍ଡା ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande