
ଭୁବନେଶ୍ୱର,୧୬ ସେପ୍ଟେମ୍ବର (ହି.ସ)- ରାଜ୍ୟ ସରକାରଙ୍କ ଗ୍ରାମୀଣ ବିକାଶ, ପଂଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକଙ୍କ ପୂଜ୍ୟ ମାତା ସ୍ୱର୍ଗତା ଶୁଭ ନାଏକଙ୍କ ଦ୍ୱାଦଶାହ କାର୍ଯ୍ୟ'ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ସାଂସଦ ତଥା ବିଜେପି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହି ଅବସରରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବିଧାୟକ, ସାଂସଦ ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଗଣ ଉପସ୍ଥିତ ଥିଲେ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା