ମନ୍ତ୍ରୀ ରବି ନାଏକଙ୍କ ମାତାଙ୍କ ଦ୍ୱାଦଶାହ କାର୍ଯ୍ୟରେ ଯୋଗଦେଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୧୬ ସେପ୍ଟେମ୍ବର (ହି.ସ)- ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ମାତାଙ୍କ ଦ୍ୱାଦଶାହ କାର୍ଯ୍ୟରେ ଯୋଗ ଦେଇ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ଶ୍ରୀ ପ୍ରଧାନ ଲେଖିଛନ୍ତି ଆମ ଦଳର ନେତା ତଥ
drty


ଭୁବନେଶ୍ୱର,୧୬ ସେପ୍ଟେମ୍ବର (ହି.ସ)- ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ମାତାଙ୍କ ଦ୍ୱାଦଶାହ କାର୍ଯ୍ୟରେ ଯୋଗ ଦେଇ ଶ୍ରଦ୍ଧାଂଜଳି ଅର୍ପଣ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ଶ୍ରୀ ପ୍ରଧାନ ଲେଖିଛନ୍ତି ଆମ ଦଳର ନେତା ତଥା ଓଡ଼ିଶାର ଗ୍ରାମୀଣ ବିକାଶ, ପଂଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ମା’ ସ୍ୱର୍ଗତ ଶୁଭ ନାଏକଙ୍କ ଦ୍ୱାଦଶାହ କାର୍ଯ୍ୟ'ରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲି। ମାଉସୀଙ୍କ ଅମାୟିକ ବ୍ୟବହାର, ସଂସ୍କାର ଓ ଆଶୀର୍ବାଦ ମୋ ପାଇଁ ଚିର ସ୍ମରଣୀୟ ହୋଇରହିବ । ଅମର ଆତ୍ମାର ସଦ୍ଗତି କାମନା କରୁଛି । ଓଁ ଶାନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande