
ଚମ୍ପୁଆ, ୧୭ ସେପ୍ଟେମ୍ବର (ହି.ସ.) - ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶୁଭ ଜନ୍ମ ଅବସରରେ ଚମ୍ପୁଆ ଶିଶୁ ମନ୍ଦିରର ଇକୋ କ୍ଲବ ତରଫରୁ ତଥା ଚମ୍ପୁଆ ବନ ବିଭାଗ ଆନୁକୂଲ୍ୟରେ ଏକ ପେଡ ମା କେ ନାମ କାର୍ଯ୍ୟକ୍ରମ ଓ ବୃକ୍ଷ ରୋପଣ କରାଯାଇଛି । ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉନ୍ନୟନ ଅଧିକାରୀ ସ୍ମୃତି ରଞ୍ଜନ ସାହୁ, ସମ୍ମାନିତ ଅତିଥି ଭାବେ ଚମ୍ପୁଆ ତହସିଲଦାର ସତ୍ୟବ୍ରତ ସାହୁ, ବନ୍ୟାଂଚଳ ଅଧିକାରୀ ସାଗର ରାଜ ନାୟକ, ସବ ଇନ୍ସପେକ୍ଟର ନିରଞ୍ଜନ ବେହେରା, ପରିଚାଳନା ସମିତିର ସଭାପତି ରମାକାନ୍ତ ପ୍ରଧାନ, ଅବସରପ୍ରାପ୍ତ ପ୍ରଧାନ ଆଚାର୍ଯ୍ୟ ଧରଣୀଧର ଦାସ, ମୁଖ୍ୟବକ୍ତା ଭାବେ ପ୍ରଧାନ ଆଚାର୍ଯ୍ୟ ଧରଣୀଧର ଦାସ, ପ୍ରଧାନ ଆଚାର୍ଯ୍ୟ ଶରତ ଚନ୍ଦ୍ର ପ୍ରଧାନ, ଇକୋ କ୍ଲବର ଆଚାର୍ଯ୍ୟ ଉମେଶ ଚନ୍ଦ୍ର ମହାନ୍ତ ଆଦି ମଂଚାସୀନ ଥିଲେ। ମୁଖ୍ୟ ଅତିଥି, ମୁଖ୍ୟ ବକ୍ତା ଓ ସମ୍ମାନିତ ଅତିଥି ଗଣ ଛାତ୍ରଛାତ୍ରୀ ମାନଙ୍କୁ ବୃକ୍ଷ ରୋପଣ କରି ବନ ସୃଷ୍ଟି କରିବାର ମହତ୍ୱ ସମ୍ପର୍କରେ ମାର୍ଗଦର୍ଶନ ଦେଇଥିଲେ । ଆଚାର୍ଯ୍ୟ ଭାସ୍କର ଚନ୍ଦ୍ର ମହାକୁଡ଼ ଅତିଥି ପରିଚୟ ପ୍ରଦାନ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଏଥିସହିତ ଅତିଥି ଗଣ ତଥା ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବୃକ୍ଷ ରୋପଣ କରାଯାଇଥିଲା । ଏଥିରେ ବନ ବିଭାଗର କର୍ମଚାରୀ ଏବଂ ଆଚାର୍ଯ୍ୟ ଆଚାର୍ଯ୍ୟା ଉପସ୍ଥିତ ରହି ସହଯୋଗ କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / Trinath Mahanta