
ଭୁବନେଶ୍ୱର,୧୭ ସେପ୍ଟେମ୍ବର (ହି.ସ) - ଗଞ୍ଜାମ ଜିଲ୍ଲା ଚିକିଟି ତହସିଲର ପ୍ରଦ୍ୟୁମ୍ନ କୁମାର ପାତ୍ର (ପିତା –ଲକ୍ଷ୍ମୀକାନ୍ତ ପାତ୍ର)ଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏହି ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା