ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୭ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୧୭ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ଏବଂ ଆସନ୍ତା ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ
ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୭ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୧୭ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ଏବଂ ଆସନ୍ତା ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଆସନ୍ତା ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande