
କେନ୍ଦ୍ରାପଡ଼ା, ୧୭ ସେପ୍ଟେମ୍ବର(ହି.ସ.) – ଭାରତର ଯଶ୍ୱସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜନ୍ମଦିନ ଅବସରରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ତରଫରୁ ଶିଶୁମାନଙ୍କ ମଧ୍ୟରେ ସବ୍ଜୁୁନିଅର, ଜୁନିଅର ଓ ସିନିଅର୍ ତିନିଗୋଟି ବିଭାଗରେ ଚିତ୍ରାଙ୍କନ, ପ୍ରବନ୍ଧକ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗୀତାରେ ଅଂଶଗ୍ରହଣ କରିଥିବା ଛାତ୍ର/ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏ ନେଇ ଶ୍ରମ କାର୍ଯ୍ୟାଳୟ ତରଫରୁ ଅନୁଷ୍ଠିତ ଏକ ଉତ୍ସବରେ ପ୍ରଭାସ୍ୟ ଶ୍ରମ ଆୟୁକ୍ତ ପ୍ରଦୀପ କୁମାର ମହାନ୍ତି ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶ୍ରମ ଅଧିକାରୀ ଅଶୋକ କୁମାର ମୁର୍ମୁ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିବାବେଳେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ କୁଳମଣୀ ପ୍ରଧାନ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଉତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ପୁଷ୍ପଗୁଚ୍ଛ ଓ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ ଓ ଶ୍ରମ କାର୍ଯ୍ୟାଳୟର କର୍ମଚାରୀ ସହଯୋଗ କରିଥିଲେ।
.......................................
ହିନ୍ଦୁସ୍ଥାନ ସମାଚାର / ରବି