ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୭ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୭ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲା ଏବଂ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande