
ଭୁବନେଶ୍ୱର,୧୭ ସେପ୍ଟେମ୍ବର (ହି.ସ) - ପ୍ରେସ୍ ଇନଫର୍ମେସନ୍ ବ୍ୟୁରୋ ( ପିଆଇବି ) ପକ୍ଷରୁ ଆୟୋଜିତ ପ୍ରେସ୍ ଟୁର୍ ଅଧୀନରେ ବିଭିନ୍ନ ରାଜ୍ୟରୁ ଆସିଥିବା ବରିଷ୍ଠ ସାମ୍ବାଦିକଙ୍କ ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ବିକାଶର ଯାତ୍ରା ତଥା ରାଜ୍ୟର ବିଭିନ୍ନ ଜନକଲ୍ୟାଣମୂଳକ ପଦକ୍ଷେପ ସମ୍ପର୍କରେ ଆଲୋଚନା ହୋଇଥିଲା। ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ଭାବନାକୁ ସୁଦୃଢ଼ କରିବା ଦିଗରେ ଏହା ଏକ ପ୍ରଶଂସନୀୟ ପଦକ୍ଷେପ ବୋଲି ଶ୍ରୀମତୀ ପରିଡା କହିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା