
ଜୟପୁର, ୧୮ ସେପ୍ଟେମ୍ବର (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଆଜି ଚଢାଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତ ଜଣକ ହେଲା ପଲ୍ଲିଗୁଡା ଗ୍ରାମର ଲକିନାଥ ହରିଜନ ।
ସୂଚନା ଅନୁଯାୟୀ, ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପାଲ୍ଲିଗୁଡା ରାସ୍ତାରେ ଚଢଉ କରିଛି । ଚଢଉ କରି ୧୩ ଲିଟର ଦେଶି ମଦ ଜବତ କରି ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଜୟପୁର ଅବକାରି ଥାନା ତରଫରୁ ସୂଚନା ଦିଆଯାଇଛି ।
ହିନ୍ଦୁସ୍ଥାନ ସମାଚାର / ପିକେପି