ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୮ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ଏବଂ ଆସନ୍ତା ୨୨ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇ
ଭୀଷଣ ବର୍ଷା ସମ୍ଭାବନା : ଆଗାମୀ ୨୪ ଘଂଟା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୮ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୧୮ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ଏବଂ ଆସନ୍ତା ୨୨ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ଆସନ୍ତା ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (ଗଞ୍ଜାମ, ଗଜପତି, ରାୟଗଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande