
ଭୁବନେଶ୍ୱର, 18 ସେପ୍ଟେମ୍ବର (ହି.ସ.)- ସ୍ୱାଧୀନତା
ସଂଗ୍ରାମୀ ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏନେଇ ସୋସିଆଲ ମିଡିଆ
ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗଡ଼ଜାତ ଗାନ୍ଧୀ ଭାବରେ ପରିଚିତ ବିଶିଷ୍ଟ ସ୍ୱାଧୀନତା
ସଂଗ୍ରାମୀ ସାରଙ୍ଗଧର ଦାସଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି । ସାମାଜିକ ସଚେତନତା ଓ
ଜନସେବା ପ୍ରତି ତାଙ୍କର ଅମୂଲ୍ୟ ଅବଦାନ ସଦା ସର୍ବଦା ସ୍ମରଣୀୟ ହୋଇ ରହିବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା