ଭୀଷଣ ବର୍ଷା ସମ୍ଭାବନା : ଆସନ୍ତା ୨୨ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ
ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆସନ୍ତା ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ
ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆସନ୍ତା ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଭୀଷଣ ବର୍ଷା ସମ୍ଭାବନା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।


ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ଆସନ୍ତା ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ଆସନ୍ତା ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା(ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ସମ୍ଭାବନା ନେଇ ୧୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷା ସମ୍ଭାବନା ନେଇ ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande