
ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ଆସନ୍ତା ୨୪ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, ଅନୁଗୁଳ, ନୟାଗଡ଼, ବୌଦ୍ଧ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ