ଆଗାମୀ ୪ ଦିନ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ଆସନ୍ତା ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଆସନ୍ତା ୨୦ରୁ
ଆଗାମୀ ୪ ଦିନ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ଆସନ୍ତା ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ଏହି ସମୟରେ ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।

ଆସନ୍ତା ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ପୂର୍ବକେନ୍ଦ୍ରିୟ ଏବଂ ତତ୍ ସଂଲଗ୍ନ ଉତରପୂର୍ବ ବଙ୍ଗୋପସାଗରକୁ ଯିବାକୁ ମତ୍ସ୍ୟଜିବୀ ମାନଙ୍କୁ ବାରଣ କରାଯାଇଛି । ସେହିପରି ୨୨ରୁ ୨୪ ତାରିଖ ପଶ୍ଚିମକେନ୍ଦ୍ରିୟ ଏବଂ ତତସଂଲଗ୍ନ ଉତରପଶ୍ଚିମ ବଙ୍ଗୋପସାଗର ଏବଂ ଆନ୍ଧ୍ରପ୍ରଦେଶ-ଓଡ଼ିଶା- ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଓ ବାହାରକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଏପରିକି ସମୁଦ୍ରକୁ ଯାଇଥିବା ମତ୍ସ୍ୟଜିବୀମାନେ ୨୧ ତାରିଖ ସନ୍ଧ୍ୟା ସୁଦ୍ଧା କୂଳକୁ ଫେରି ଆସିବାକୁ ଅନୁରୋଧ କରାଯାଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande