
ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.) - ମଧ୍ୟପ୍ରଦେଶରେ ଏକ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ଏହାସହ ଘଟଣା ସମ୍ପର୍କରେ ମଧ୍ୟପ୍ରଦେଶ ସରକାର ତଥା ସ୍ଥାନୀୟ ପ୍ରଶାସନ ସହିତ ନିରନ୍ତର ସମନ୍ୱୟ ରକ୍ଷା କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି।
ମଧ୍ୟପ୍ରଦେଶରେ ଏକ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ପ୍ରାଣ ହରାଇବା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କର ସଦ୍?ଗତି କାମନା କରୁଛି।
ଘଟଣା ସମ୍ପର୍କରେ ମଧ୍ୟପ୍ରଦେଶ ସରକାର ତଥା ସ୍ଥାନୀୟ ପ୍ରଶାସନ ସହିତ ନିରନ୍ତର ସମନ୍ୱୟ ରକ୍ଷା କରିବା ନିମନ୍ତେ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି। ଉଦ୍ଧାର ଓ ବ୍ୟବଚ୍ଛେଦ ପ୍ରକ୍ରିୟା ତ୍ୱରାନ୍ୱିତ କରିବା ସହ ପାର୍ôଥବ ଶରୀରକୁ ସସମ୍ମାନେ ଓଡ଼ିଶା ଫେରାଇ ଆଣିବା ଲାଗି ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି। ଏପରି ଦୁଃଖଦ ମୁହୂର୍ତ୍ତରେ ରାଜ୍ୟ ସରକାର ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହ ଦୃଢ଼ ଭାବରେ ଠିଆ ହୋଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା