
ଭୁବନେଶ୍ୱର, ୧୯ ସେପ୍ଟେମ୍ବର (ହି.ସ.) - ମଧ୍ୟପ୍ରଦେଶ ଦୁର୍ଘଟଣାରେ ଓଡ଼ିଆଙ୍କ ମୃତ୍ୟୁ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ନବୀନ ଲେଖିଛନ୍ତି ମଧ୍ୟପ୍ରଦେଶରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୮ଜଣ ଓଡ଼ିଆ ଶ୍ରଦ୍ଧାଳୁଙ୍କ ପ୍ରାଣହାନୀ ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଇବା ସହ ସଭିଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା