
ଭୁବନେଶ୍ୱର,୧୯ ସେପ୍ଟେମ୍ବର (ହି.ସ.) - ମଧ୍ୟପ୍ରଦେଶରେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ପ୍ରାଣହାନି ଘଟଣାରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ନ୍ରଭାତୀ ପରିଡା ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଏହି ଖବର ମୋତେ ଅତ୍ୟନ୍ତ ମର୍ମାହତ କରିଛି। ଏହି ଅପୂରଣୀୟ କ୍ଷତିରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଦିବଂଗତ ଆତ୍ମାଙ୍କ ସଦ୍ଗତି କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା