ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨ ତାରିଖ ସକାଳ ଠାରୁ ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ଅନୁରୂପ ଭାବେ ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲା, ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲା, ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲା ଏବଂ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବୁଧବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande