
ଖୋର୍ଦ୍ଧା, ୦୨ ସେପ୍ଟେମ୍ବର(ହି.ସ.) – ବୁଧବାର ଖୋର୍ଦ୍ଧା ପଂଚାୟତ ସମିତି ଅଧ୍ୟକ୍ଷା ଶ୍ରୀମୟୀ ପ୍ରିୟଦର୍ଶିନୀଙ୍କ ଅଧ୍ୟକ୍ଷତାରେ ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଖୋର୍ଦ୍ଧା ବିଧାୟକ-ତଥା-ଡିପିସି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦେବ, ଜଟଣୀ ବିଧାୟକ ବିଭୂତି ଭୂଷଣ ବଳବନ୍ତରାୟ ଏବଂ ପଂଚାୟତ ସମିତି ଉପାଧ୍ୟକ୍ଷ ପ୍ରକାଶ ସାମନ୍ତରାୟ ଯୋଗ ଦେଇଥିଲେ। ବୈଠକରେ ଖୋର୍ଦ୍ଧା ବ୍ଲକର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ, ସରକାରୀ ଯୋଜନାର ପ୍ରଗତି, ଲୋକଙ୍କ ସମସ୍ୟା ଏବଂ ବିଭିନ୍ନ ବିଭାଗର କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ଜନସାଧାରଣଙ୍କ ନିକଟରେ ସରକାରୀ ଯୋଜନାର ସୁଫଳ ପହଂଚାଇବା ସହିତ ବିକାଶ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବୈଠକରେ ବିଭିନ୍ନ ଲାଇନ୍ ଡିପାର୍ଟମେଂଟର ଅଧିକାରୀ, ପଂଚାୟତ ସମିତି ସଦସ୍ୟ, ସରପଂଚ ଏବଂ ଅନ୍ୟାନ୍ୟ ଜନପ୍ରତିନିଧି ଓ ଅଧିକାରୀମାନେ ଉପସ୍ଥିତ ଥିଲେ।
.......................................
ହିନ୍ଦୁସ୍ଥାନ ସମାଚାର / ରାକେଶ