କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ ସାକ୍ଷାତ କଲେ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର, 02 ସେପ୍ଟେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ ସାକ୍ଷାତ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଜି ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ଆଇନ ମନ୍ତ୍ରୀ ଶ୍ରୀ ଅର୍ଜୁନ ରାମ ମେଘୱାଲଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଓଡ଼ିଶାର ବିଭ
କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ ସାକ୍ଷାତ କଲେ     ପୃଥ୍ୱୀରାଜ ହରିଚନ୍ଦନ


ଭୁବନେଶ୍ୱର, 02 ସେପ୍ଟେମ୍ବର (ହି.ସ.)- କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କୁ ସାକ୍ଷାତ କରିଛନ୍ତି

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଜି ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ଆଇନ ମନ୍ତ୍ରୀ

ଶ୍ରୀ ଅର୍ଜୁନ ରାମ ମେଘୱାଲଜୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ଓଡ଼ିଶାର ବିଭିନ୍ନ ଆଇନଗତ

ପ୍ରସଙ୍ଗ ଓ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ଏହି ଅବସରରେ

ଓଡ଼ିଶାର ମହାଧିବକ୍ତା ଶ୍ରୀ ପିତାମ୍ବର ଆଚାର୍ଯ୍ୟ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande