
ଭୁବନେଶ୍ୱର, ୨୦ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ଏବଂ ଆସନ୍ତା ୨୨ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୩ ଜିଲ୍ଲା(ପୁରୀ, ଗଞ୍ଜାମ, ଗଜପତି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ଅତ୍ୟଧିକ ଭୀଷଣ ବର୍ଷା ସମ୍ଭାବନା ନେଇ ୪ ଜିଲ୍ଲା(ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣରୁ ଅତି ଭୀଷଣ ବର୍ଷା ସମ୍ଭାବନା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ସମ୍ଭାବନା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେମି ପର୍ଯ୍ୟନ୍ତ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଅନୁରୂପ ଭାବେ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ସୁଦ୍ଧା ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ