
ଭୁବନେଶ୍ୱର, ୨୦ ସେପ୍ଟେମ୍ବର (ହି.ସ.)- ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୦ ତାରିଖ ସକାଳ ଠାରୁ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ ସହିତ ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ