



ସମ୍ବଲପୁର, ୨୧ ସେପ୍ଟେମ୍ବର(ହି.ସ.) – ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ଅନ୍ତର୍ଗତ ବାଟଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସୋମବାର ସଙ୍କଳ୍ପ ସେବା ଅଭିଯାନ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ରମେଶ କୁମାର ଅଗ୍ରୱାଲଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ଇଂରାଜୀ ଅଧ୍ୟାପକ ପତିତ ମହାନନ୍ଦ ପ୍ରାରମ୍ଭିକ ସୂଚନା ଓ ଅତିଥି ପରିଚୟ ପ୍ରଦାନ କରିଥିଲେ।
ଅନୁଷ୍ଠାନର ସମସ୍ତ ଅଧ୍ୟାପକ-ଅଧ୍ୟାପିକା, କର୍ମଚାରୀ ଓ ଉଭୟ ବର୍ଷର ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବକୃତା ପ୍ରତିଯୋଗିତାରେ ୩୨ ଜଣ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତାରେ ୨୪ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ। ବକୃତା ପ୍ରତିଯୋଗିତାରେ ସ୍ମିତା ସିଂହଦାର ରଥ ପ୍ରଥମ, କୁମୁଦିନୀ ମହାପାତ୍ର ଦ୍ୱିତୀୟ ଓ ଚନ୍ଦନ ନାୟକ ତୃତୀୟ ସ୍ଥାନ ଅଧିକାର କରିଥିଲେ। ସେହିପରି ଚିତ୍ରାଙ୍କନ ପ୍ରତିଯୋଗୀତାରେ ନିହାରୀକା ପ୍ରଧାନ ପ୍ରଥମ, ସୋଭାଗ୍ଯ ପାତ୍ର ଦିତୀୟ ଓ ଚିକି ମାଝୀ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଶେଷରେ ସମସ୍ତ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଶେଷରେ ଅଧ୍ୟାପକ ଶରତ କୁମାର ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ।
.......................................
ହିନ୍ଦୁସ୍ଥାନ ସମାଚାର / ଶୈଳେଶ