
ଭୁବନେଶ୍ୱର,୨୧ ସେପ୍ଟେମ୍ବର (ହି.ସ)- ସମ୍ଭାବ୍ୟ ବାତ୍ୟା ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକସେବା ଭବନରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ ବଙ୍ଗୋପସାଗର ଲଘୁଚାପ ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ । ରାଜ୍ୟର୧୧ଟି ଜିଲ୍ଲା ଉପରେ ଏହାର ପ୍ରଭାବ ପଡିବ। କାଲିଠୁ ବର୍ଷା ଆରମ୍ଭ ୨୩ ଓ ୨୪ରେ ପ୍ରବଳ ବର୍ଷିବ। ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଇନ୍ଦ୍ରାବତୀରେ ଏବଂ ତେଲିଙ୍ଗିରି ଡ୍ୟାମରେ ପାଣି କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ବାଲିମେଳା, କୋଲାବରେ ଏତେ ପାଣି ନାହିଁ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ।
ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ୍ କମିଶନର, ଆଂଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା, ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ , ଅଗ୍ନିଶମ ଡିଜି, ଆଇନଶୃଙ୍ଖଳା ଏଡିଜି ପ୍ରମୁଖ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା