ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତା ବଂଟନ ମାଲକାନଗିରି , ୨୧ ସେପ୍ଟେମ୍ବର(ହି.ସ.) – ଆଜି ମାଲକାନଗିରି ପଂଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲ
ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତ୍ତା ବଣ୍ଟନ


ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତା ବଂଟନ

ମାଲକାନଗିରି , ୨୧ ସେପ୍ଟେମ୍ବର(ହି.ସ.) – ଆଜି ମାଲକାନଗିରି ପଂଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି।

ଏହି ଶିବିରରେ ଜିଲ୍ଲାପାଳଙ୍କ ସହ ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ମାଲକାନଗିରି ପଂଚାୟତ ସମିତି ଅଧ୍ୟକ୍ଷ, ମାଲକାନଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ) ଏବଂ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସାଧାରଣ ଲୋକଙ୍କର ବିଭିନ୍ନ ପ୍ରକାରର ସମସ୍ୟା ଓ ଅଭିଯୋଗ ଶୁଣିଥିଲେ।

ଏହି ଶିବିରରେ ମୋଟ ୪୬ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୨୬ଟି ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ଥିବାବେଳେ ୨୦ଟି ଗ୍ରାମୀଣ ତଥା ସାଧାରଣ ସମସ୍ୟା ସମ୍ବନ୍ଧୀୟ ଅଭିଯୋଗ ଥିଲା। ପ୍ରାପ୍ତ ଅଭିଯୋଗଗୁଡ଼ିକର ସମୟସୀମା ମଧ୍ୟରେ ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏହି ଅବସରରେ ଜିଲ୍ଲାପାଳ ଅନ୍ତ୍ୟୋଦୟ ଗୃହ ଯୋଜନାର ହିତାଧିକାରୀମାନଙ୍କୁ ପ୍ରୋତ୍ସାହନ ରାଶି ସହ ଅନ୍ୟାନ୍ୟ ଯୋଜନାରେ ସାମାଜିକ ନିରାପତା ଭତା ବଂଟନ କରିଥିଲେ। ଲୋକଙ୍କ ନିକଟରେ ସରକାରୀ ସେବା ସହଜରେ ପହଂଚାଇବା ଏବଂ ସମସ୍ୟାର ସମାଧାନ କରିବା ଏହି ଶିବିରର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି।

.......................................

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande