ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର : ଆଗାମୀ ୨୪ ଘଂଟା ମଧ୍ୟରେ ଅବପାତ ସମ୍ଭାବନା
ଭୁବନେଶ୍ୱର, ୨୧ ସେପ୍ଟେମ୍ବର (ହି.ସ.)- ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରି ସୋମବାର ସକାଳ ୮ଟା ୩୦ ସମୟରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବରେ ରହିଛି ।
ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର : ଆଗାମୀ ୨୪ ଘଂଟା ମଧ୍ୟରେ ଅବପାତ


ଭୁବନେଶ୍ୱର, ୨୧ ସେପ୍ଟେମ୍ବର (ହି.ସ.)- ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତରପଶ୍ଚିମ ଦିଗକୁ ଗତି କରି ସୋମବାର ସକାଳ ୮ଟା ୩୦ ସମୟରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବରେ ରହିଛି । ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନରୁ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି । ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଂଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଅବପାତରେ ଏବଂ ତା’ର ପରବର୍ତୀ ୨୪ ଘଂଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଗଭୀର ଅବପାତରେ ପରିଣତ ହେବାର ପ୍ରବଳ ସମ୍ଭାବନା ରହିଛି ।

ପଶ୍ଚିମ-ଉତର-ପଶ୍ଚିମ ଦିଗକୁ ଗତି ଜାରି ରଖି ଏହା ଆସନ୍ତା ୨୩ ତାରିଖ ସକାଳ ସମୟ ବେଳକୁ ଉତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଂଚିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande