ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମୀକ୍ଷା
ନିରବଚ୍ଛିନ୍ନ ସ୍ୱାସ୍ଥ୍ୟସେବା ଯୋଗାଣ ଉପରେ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର,୨୧ ସେପ୍ଟେମ୍ବର (ହି.ସ)- ସମ୍ଭାବ୍ୟ ଲଗାଣ ବର୍ଷା ସଫଳ ମୁକାବିଲା ସମୟରେ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ଓ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନେଇ ସୋମବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ
rth


ନିରବଚ୍ଛିନ୍ନ ସ୍ୱାସ୍ଥ୍ୟସେବା ଯୋଗାଣ ଉପରେ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୧ ସେପ୍ଟେମ୍ବର (ହି.ସ)- ସମ୍ଭାବ୍ୟ ଲଗାଣ ବର୍ଷା ସଫଳ ମୁକାବିଲା ସମୟରେ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ଓ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନେଇ ସୋମବାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଏକ ଆଭାସୀ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।

ବୈଠକରେ ସମ୍ଭାବ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି, ଜରୁରୀକାଳୀନ ସ୍ୱାସ୍ଥ୍ୟସେବା, ଔଷଧ ଓ ଆବଶ୍ୟକୀୟ ଚିକିତ୍ସା ସାମଗ୍ରୀର ଉପଲବ୍ଧତା, ଆମ୍ବୁଲାନ୍ସ ବ୍ୟବସ୍ଥା ଏବଂ ହସ୍ପିଟାଲଗୁଡ଼ିକର ପ୍ରସ୍ତୁତି ଆଦି ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା।ମନ୍ତ୍ରୀ ଡା. ମହାଲିଙ୍ଗ ସମସ୍ତ ଜିଲ୍ଲାରେ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଯେପରି ବାଧାପ୍ରାପ୍ତ ନହୁଏ, ସେଥିପାଇଁ ସମସ୍ତ ଅଧିକାରୀଙ୍କୁ ସତର୍କ ଓ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ କହିଥିଲେ। ଲଗାଣ ବର୍ଷା ପ୍ରଭାବିତ ଅଞ୍ଚଳରେ ଜରୁରୀକାଳୀନ ଚିକିତ୍ସାସେବା ତୁରନ୍ତ ଉପଲବ୍ଧ କରାଇବା ସହ ହସ୍ପିଟାଲଗୁଡ଼ିକରେ ଆବଶ୍ୟକ ପ୍ରସ୍ତୁତି ଓ ସମ୍ପଦ ସୁନିଶ୍ଚିତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ସରକାର ଜନସାଧାରଣଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟସେବା ପ୍ରତି ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ । ସେ ସମ୍ଭାବ୍ୟ ଲଗାଣ ବର୍ଷାକୁ ନେଇ ଜନସାଧାରଣ ଭୟଭୀତ ନହୋଇ ସତର୍କ ରହିବା ସହ ପ୍ରଶାସନ ଓ ସରକାରଙ୍କ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀକୁ ଅନୁସରଣ କରିବାକୁ ସେ ଅନୁରୋଧ କରିଛନ୍ତି ।

ଏହି ଆଭାସୀ ବୈଠକରେ ସ୍ୱାସ୍ଥ୍ୟ ବିଭାଗର କମିଶନର ତଥା ସଚିବ ଆସ୍ୱତି ଏସ., ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼. ରବୀନ୍ଦ୍ର ନାଥ ମିଶ୍ର , ସ୍ୱାସ୍ଥ୍ୟ ସେବା ନିର୍ଦେଶକ ମହେଶ ମୋହନ ପଣ୍ଡା , ଡିଏମଇଟି ଦୁର୍ଗା ମାଧବ ଶତପଥୀ , ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଧିକାରୀ ତଥା ସମସ୍ତ ମେଡିକାଲ କଲେଜର ଡିନ୍ ଓ ପ୍ରିନ୍ସିପାଲ ପ୍ରମୁଖ ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande