
ଖୋର୍ଦ୍ଧା, ୨୨ ସେପ୍ଟେମ୍ବର (ହି.ସ.) - ସାମ୍ଭାବ୍ୟ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲାର ସମସ୍ତ ଅଙ୍ଗନବାଡି ସରକାରୀ ଓ ବେସରକାରୀ ସ୍କୁଲ ଗୁଡିକୁ ଛୁଟି ଘୋଷଣା କରିଛନ୍ତି ।ତେବେ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ସ୍କୁଲ ଓ ଅଙ୍ଗନବାଡି ଗୁଡିକୁ ଛୁଟି ଘୋଷଣା କରାଯାଇଛି।
ହିନ୍ଦୁସ୍ଥାନ ସମାଚାର / ରାକେଶ