ମାସିକ ଜିଲ୍ଲା ଶିକ୍ଷା ସମୀକ୍ଷା ବୈଠକ : କୃତୀ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ
ମାଲକାନଗିରି, ୨୨ ସେପ୍ଟେମ୍ବର (ହି.ସ.)- ମାଲକାନଗିରି ଜିଲ୍ଲା ପରିଷଦ ସଭାଗୃହ ଠାରେ ସେପ୍ଟେମ୍ବର ମାସ ନିମନ୍ତେ ମାସିକ ଜିଲ୍ଲା ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ସଂଯୋଜନାରେ ଆୟୋଜିତ ଏହି ବୈଠକରେ ମାଲକାନଗିରି ଜିଲ୍ଲ
ମାସିକ ଜିଲ୍ଲା ଶିକ୍ଷା ସମୀକ୍ଷା ବୈଠକ: କୃତୀ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ


ମାଲକାନଗିରି, ୨୨ ସେପ୍ଟେମ୍ବର (ହି.ସ.)- ମାଲକାନଗିରି ଜିଲ୍ଲା ପରିଷଦ ସଭାଗୃହ ଠାରେ ସେପ୍ଟେମ୍ବର ମାସ ନିମନ୍ତେ ମାସିକ ଜିଲ୍ଲା ଶିକ୍ଷା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ସଂଯୋଜନାରେ ଆୟୋଜିତ ଏହି ବୈଠକରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଧ୍ୟକ୍ଷତା କରିଥିଲେ। ବୈଠକରେ ସମଗ୍ର ଶିକ୍ଷା ଅଭିଯାନ ଅଧୀନରେ ଚାଲିଥିବା ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ଓ ଶୈକ୍ଷିକ କାର୍ଯ୍ୟକ୍ରମର ସୁଚାରୁ ପରିଚାଳନା ନେଇ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରାଯାଇଥିଲା। ଛାତ୍ରଛାତ୍ରୀଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ ଯୋଜନାକୁ ଜିଲ୍ଲାରେ ସଫଳତାର ସହ ସମ୍ପାଦନ କରିବାକୁ ଜିଲ୍ଲାପାଳ ସମ୍ପୃକ୍ତ ଅଧିକାରୀମାନଙ୍କୁ ଦୃଢ଼ ନିର୍ଦ୍ଦେଶ ଦେଇଥିଲେ।

ଏହି ସମୀକ୍ଷା ବୈଠକ ମଞ୍ଚରେ ଜିଲ୍ଲାର କୃତୀ ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ବିଶେଷ କରି ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ମାଲକାନଗିରି ଜିଲ୍ଲା ପାଇଁ ସୁନାମ ଆଣିଥିବା କେନ୍ଦ୍ରୀୟ ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀମାନଙ୍କୁ ଜିଲ୍ଲାପାଳ ପ୍ରଶଂସାପତ୍ର ଓ ସମ୍ମାନ ଫଳକ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଶିବବ୍ରତ


 rajesh pande