ଝାରସୁଗୁଡ଼ାର ନୂତନ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଭାବେ କାର୍ଯ୍ୟରେ ଯୋଗଦେଲେ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗ ପରିଦର୍ଶନ
New ADM revenue join today
ଝାରସୁଗୁଡ଼ାର ନୂତନ ଅତିରିକ୍ତ ଜିଲ୍ଲାପାଳ


ଝାରସୁଗୁଡ଼ା, 23 ସେପ୍ଟେମ୍ବର (ହି.ସ.) ଝାରସୁଗୁଡ଼ାର ନୂତନ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଭାବେ କାର୍ଯ୍ୟରେ ଯୋଗଦେଲେ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ବିଭାଗ ପରିଦର୍ଶନ

ଝାରସୁଗୁଡ଼ା, ୨୩ ଜିଲ୍ଲାର ନୂତନ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଭାବେ ବରିଷ୍ଠ ପ୍ରଶାସନିକ ଅଧିକାରୀ (ଓ.ପ୍ର.ସେ., ଏସ୍.) ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ଆଜି ପୂର୍ବାହ୍ନରେ ଆନୁଷ୍ଠାନିକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି।ଏହା ପୂର୍ବରୁ ସେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଭୁବନେଶ୍ୱରରେ ମୁଖ୍ୟ ମହାପ୍ରବନ୍ଧକ ଭାବେ କାର୍ଯ୍ୟରତ ଥିଲେ। ଦାୟିତ୍ୱ ଗ୍ରହଣ କରିବା ପରେ ଅପରାହ୍ନରେ ନୂତନ ଅତିରିକ୍ତ ଜିଲ୍ଲାପାଳ ଆଚାର୍ଯ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ବିଭିନ୍ନ ବିଭାଗ ଓ ଶାଖାଗୁଡ଼ିକୁ ବୁଲି ଦେଖିବା ସହ କାର୍ଯ୍ୟ ପ୍ରଣାଳୀର ତଦାରଖ କରିଥିଲେ। ଏହି ଅବସରରେ ସେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ସହ ଆଲୋଚନା କରି ସରକାରୀ ସେବା ତଥା ରାଜସ୍ୱ ସମ୍ପର୍କିତ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ, ସ୍ୱଚ୍ଛ ଓ ଲୋକାଭିମୁଖୀ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ବିଶେଷ କରି ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ପାଇଁ ସମସ୍ତେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ।ଏହି ପରିଦର୍ଶନ ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅନ୍ୟାନ୍ୟ ଅଧିକାରୀ ତଥା କର୍ମଚାରୀମାନେ ଉପସ୍ଥିତ ଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande