ଏସିଆନ୍ ଗେମ୍ସରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଭିନନ୍ଦନ
ଭୁବନେଶ୍ୱର, ୨୪ ସେପ୍ଟେମ୍ବର (ହି.ସ.)। ଏସିଆନ୍ ଗେମ୍ସ-୨୦୨୬ରେ ପୁରୁଷ ବ୍ୟାଡମିଣ୍ଟନରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ଦଳକୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଶ୍ରୀ
ଏସିଆନ୍ ଗେମ୍ସରେ ବ୍ରୋଞ୍ଜ     ପଦକ ବିଜେତା ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳକୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଭିନନ୍ଦନ


ଭୁବନେଶ୍ୱର, ୨୪ ସେପ୍ଟେମ୍ବର (ହି.ସ.)। ଏସିଆନ୍ ଗେମ୍ସ-୨୦୨୬ରେ ପୁରୁଷ

ବ୍ୟାଡମିଣ୍ଟନରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ଦଳକୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା

ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି।

ସୋସିଆଲ ମିଡିଆରେ ଏକ ପୋଷ୍ଟ

କରି ଶ୍ରୀ ପ୍ରଧାନ କହିଛନ୍ତି ଯେ, ଭାରତୀୟ ପୁରୁଷ ବ୍ୟାଡମିଣ୍ଟନ ଦଳର ଏହି ସଫଳତା ଗର୍ବର ବିଷୟ। ଦଳର ଉତ୍ସାହ, ଦୃଢ଼ ମନୋବଳ ଏବଂ ଶେଷ ପର୍ଯ୍ୟନ୍ତ ହାର ନମାନିବାର ମନୋଭାବ ଦେଶର

ଯୁବପିଢ଼ିକୁ ବଡ଼ ସ୍ୱପ୍ନ ଦେଖିବା ଓ ଉଚ୍ଚ ଲକ୍ଷ୍ୟ ହାସଲ କରିବା ପାଇଁ ପ୍ରେରଣା ଦେଇଛି ବୋଲି

ସେ ଉଲ୍ଲେଖ କରିଛନ୍ତି। ଦଳର ପରିଶ୍ରମ, ଉତ୍ସର୍ଗୀକୃତ ଭାବନା ଓ ଲଢ଼େଇର ମନୋଭାବ ଭାରତୀୟ କ୍ରୀଡ଼ାପ୍ରେମୀଙ୍କୁ

ପ୍ରେରିତ କରିବ ବୋଲି ସେ ଆଶା ପ୍ରକାଶ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande