
ଭୁବନେଶ୍ୱର, ୨୫ ସେପ୍ଟେମ୍ବର (ହି.ସ) - ଆଇପିଏସ୍ ଅଧିକାରୀ ଶର୍ବଣା ବିବେକ ଶୁକ୍ରବାର ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ସମସ୍ତଙ୍କୁ ନେଇ ଗୋଟିଏ ଟିମ୍ ହୋଇ କାମ କରିବାକୁ ପଡ଼ିବ। ପୋଲିସ ଗୋଟିଏ ଟିମ୍ ୱାର୍କ, ଟିମ୍ ହୋଇ କାମ କରିବୁ। ସାଇବର ଅପରାଧ ଏକ ବଡ଼ ଚ୍ୟାଲେଞ୍ଜ। ଏହା ଯୋଗୁଁ ଲୋକେ ବହୁତ ଟଙ୍କା ହରାଉଛନ୍ତି। ସାଇବର ଅପରାଧ ରୋକିବାକୁ ଆହୁରି ସଶକ୍ତ ହେବାକୁ ପଡ଼ିବ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା