ପବିତ୍ର ଅନନ୍ତ ବ୍ରତର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟମାନେ
ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.)- ଆଜି ହେଉଛି ଅନନ୍ତ ଚତୁର୍ଦ୍ଦଶୀ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ , ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟମାନେ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ପବିତ୍ର ଅନନ୍ତ ବ୍ରତ ଅବସରରେ
ଅନନ୍ତ ବ୍ରତ


ଭୁବନେଶ୍ୱର, 25 ସେପ୍ଟେମ୍ବର (ହି.ସ.)- ଆଜି ହେଉଛି ଅନନ୍ତ ଚତୁର୍ଦ୍ଦଶୀ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ , ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟମାନେ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ପବିତ୍ର ଅନନ୍ତ ବ୍ରତ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି, ସମୃଦ୍ଧି ଆସୁ ଓ ଜୀବନ ମଙ୍ଗଳମୟ ହେଉ ।

ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ଆଜି ପବିତ୍ର ଭାଦ୍ରବ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ତଥା 'ଅନନ୍ତ ବ୍ରତ' ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା l ଭଗବାନ୍ ଶ୍ରୀହରିଙ୍କ କୃପା କରୁଣାରେ ଆମ ସମସ୍ତଙ୍କ ଜୀବନ ସୁଖ,ସମୃଦ୍ଧି, ସୁସ୍ଥତା ଓ ଶାନ୍ତିରେ ପରିପୂର୍ଣ୍ଣ ହେଉ ଆଜିର ଦିନରେ ପ୍ରାର୍ଥନା। ଅନନ୍ତ ଦେବଙ୍କ ଅନନ୍ତ କୃପା ସଦା ସର୍ବଦା ଆପଣଙ୍କ ସହିତ ରହୁ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ଅନନ୍ତ ଚତୁର୍ଦ୍ଦଶୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଏହି ପବିତ୍ର ଦିନରେ ଆପଣଙ୍କ ସୁଖ, ଶାନ୍ତି ଏବଂ ସମୃଦ୍ଧି ପାଇଁ ପ୍ରାର୍ଥନା କରୁଛି ।

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ପବିତ୍ର ଅନନ୍ତ ଚତୁର୍ଦ୍ଦଶୀ ପର୍ବ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ସମସ୍ତଙ୍କ ମଙ୍ଗଳ ଓ କଲ୍ୟାଣ ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande