
ଭୁବନେଶ୍ୱର, ୨୬ ସେପ୍ଟେମ୍ବର (ହି.ସ.)- ଭୀଷଣ ବର୍ଷା ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ